ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନ ବନ୍ଦରରୁ ସିଧାସଳଖ ଶ୍ରୀଲଙ୍କାର ରାଜଧାନୀ କଲମ୍ବୋକୁ ବିମାନ ଉଡ଼ିବ। ଶ୍ରୀଲଙ୍କା ଏୟାରଲାଇନ୍ସ ପକ୍ଷରୁ ଏହି ବିମାନ ସେବା ଯୋଗାଇ ଦିଆଯିବ। ଏନେଇ ଶ୍ରୀଲଙ୍କା ଏୟାରଲାଇନ୍ସର ଆଞ୍ଚଳିକ ମହାପ୍ରବନ୍ଧକ ଭି ରବୀନ୍ଦ୍ରନ୍ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶା ବହୁ ଆଗକୁ ବଢ଼ିଛି। ରାଜ୍ୟ ସରକାର ପର୍ଯ୍ୟଟନକୁ ନେଇ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଓଡ଼ିଶାରେ ବହୁ ସଂଖ୍ୟାରେ ପର୍ଯ୍ୟଟନସ୍ଥଳୀ ରହିଛି। ବିଶେଷକରି ବୌଦ୍ଧ ପର୍ଯ୍ୟଟନ ଭରପୁର ରହିଥିବାରୁ କଲମ୍ବୋରୁ ସିଧାସଳଖ ବିମାନ ଚଳାଚଳ ଦ୍ବାରା ଓଡ଼ିଶା ଓ ଶ୍ରୀଲଙ୍କା ମଧ୍ୟରେ ସମ୍ପର୍କ ସୁଦୃଢ ହେବା ସହ ଉଭୟ ସ୍ଥାନର ପର୍ଯ୍ୟଟନ ଆହୁରି ବିକାଶ ହୋଇପାରିବ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ