ଓଡ଼ିଶାରେ ନିବେଶ ଓ ବ୍ୟବସାୟିକ ସୁଯୋଗ ବଢ଼ାଇବା ଲକ୍ଷ୍ୟରେ ଚାଲିଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟ୍ର ଅଂଶ ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଇଣ୍ଡିଆନ୍ ବିଜନେସ୍ ଆଣ୍ଡ ପ୍ରଫେସନାଲ୍ ଗ୍ରୁପ୍ (IBPG) ସହ ଏକ ରାଉଣ୍ଡଟେବୁଲ୍ ଆଲୋଚନାରେ ଯୋଗ ଦେଇଛନ୍ତି।ଆଲୋଚନାରେ ଓଡ଼ିଶା ଓ ୟୁଏଇ ମଧ୍ୟରେ ବାଣିଜ୍ୟ, ରପ୍ତାନି ଏବଂ ବ୍ୟବସାୟିକ ସହଯୋଗକୁ ଆହୁରି ବ୍ୟାପକ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବିଶେଷକରି ଓଡ଼ିଶାର କୃଷି ଓ ଖାଦ୍ୟ ଉତ୍ପାଦକୁ ୟୁଏଇ ବଜାରରେ ଅଧିକ ସୁଯୋଗ ଦେବା ନେଇ ଆଲୋଚନା ହୋଇଥିଲା।ହଳଦୀ, ଅଦା, ସାମୁଦ୍ରିକ ଖାଦ୍ୟ ଓ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ରପ୍ତାନି ସୁଯୋଗ ସହ ୟୁଏଇର ପ୍ରମୁଖ ବ୍ରାଣ୍ଡଗୁଡ଼ିକ ପାଇଁ କଣ୍ଟ୍ରାକ୍ଟ ମ୍ୟାନୁଫାକ୍ଚରିଂ ଏବଂ ଦକ୍ଷ ମାନବ ସମ୍ବଳ ଯୋଗାଣ ନେଇ ମଧ୍ୟ ବିସ୍ତୃତ ଆଲୋଚନା ହୋଇଥିଲା।ଏହି ରାଉଣ୍ଡଟେବୁଲ୍ ବୈଠକରେ ଓଡ଼ିଶାଭିତ୍ତିକ କମ୍ପାନୀ ରୁଚି, ଫାର୍ମ ବି, ବି ୱାନ୍ ଓ ଓରି କ୍ଲିନ୍ ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ IBPG ସଭାପତି ରାଜୀବ ଶାହା ମଧ୍ୟ ଉପସ୍ଥିତ ଥିଲେ।ଓଡ଼ିଶାର ଉତ୍ପାଦନ କ୍ଷମତା, ପ୍ରାକୃତିକ ସମ୍ପଦ ଓ ଦକ୍ଷ ମାନବ ସମ୍ବଳକୁ ୟୁଏଇ ବଜାର ସହ ଯୋଡ଼ିବା ଦ୍ୱାରା ରାଜ୍ୟର ରପ୍ତାନି ଓ ଶିଳ୍ପ କ୍ଷେତ୍ରକୁ ନୂଆ ଗତି ମିଳିବ ବୋଲି ଆଶା କରାଯାଉଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ