ଭୁବନେଶ୍ୱର:ଲଗାତର ୩ ବର୍ଷ ଧରି ଓଡିଶା ଋଣଭାର ପରିମାଣ କମାଇ ଚାଲିଛି । ଦିଲ୍ଲୀର ଋଣଭାର ସର୍ବାଧିକ ୩୩.୩, ରାଜସ୍ଥାନର ୧୭.୨, ଆସାମର ୧୬.୪, ମଧ୍ୟପ୍ରଦେଶର ୧୫.୮, ମହାରାଷ୍ଟ୍ରର ୧୪ ପ୍ରତିଶତ ବୃଦ୍ଧି ପାଇଛି । ଓଡ଼ିଶା ବ୍ୟତୀତ ସବୁ ରାଜ୍ୟରେ ଋଣଭାର ବଢିଛି । ଋଣଭାର କମାଇବାରେ ଓଡ଼ିଶାର ସଠିକ ଆର୍ଥିକ ପରିଚାଳନା ସଫଳତା ଦେଇଛି ବୋଲି ଅର୍ଥନୈତିକ ସମୀକ୍ଷକ କହିଛନ୍ତି । ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟର ବଜେଟ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାରେ ପହଞ୍ଚିଛି । ବିତ୍ତୀୟ ନିଅଣ୍ଟିଆ ରାଜ୍ୟରୁ ଓଡ଼ିଶା ରାଜସ୍ବ ବଳକା ରାଜ୍ୟରେ ପରିଣତ ହୋଇଛି । ମୁଣ୍ଡପିଛା ଋଣଭାର ହ୍ରାସ କରିବାରେ ଓଡ଼ିଶାର ଦେଶରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଆର୍ଥିକ ପରିଚାଳନାରେ ସଶକ୍ତ ହେଉଛି ଓଡ଼ିଶା। କମୁଛି ମୁଣ୍ଡପିଛା ଋଣବୋଝ ଓ ଶୃଙ୍ଖଳିତ ହେଉଛି ବିତ୍ତୀୟ ପରିଚାଳନା। ବଡ଼ ବଡ଼ ରାଜ୍ୟକୁ ପଛରେ ପକାଇ ଋଣଭାର ୧୨ ପ୍ରତିଶତକୁ ହ୍ରାସ କରିଛି ଓଡ଼ିଶା । ସଂସଦରେ ପ୍ରକାଶିକ ସଦ୍ୟ ରିପୋର୍ଟରେ ଓଡ଼ିଶାକୁ ମିଳିଛି ବଡ଼ ସ୍ୱୀକୃତି । ୨୦୨୨-୨୩ ଆର୍ଥିକ ବର୍ଷରେ ଦେଶରେ ଏକମାତ୍ର ରାଜ୍ୟ ଭାବେ ଓଡ଼ିଶାର ଋଣଭାର କମିଛି । ୨୦୨୧-୨୨ ଆର୍ଥିକ ବର୍ଷ ତୁଳନାରେ ଓଡ଼ିଶାର ଋଣଭାର ୧୨ପ୍ରତିଶତ କମିଛି । ବିଜେପି, କଂଗ୍ରେସ ଶାସିତ ବଡ଼ ବଡ଼ ରାଜ୍ୟକୁ ପଛରେ ପକାଇଛି ଓଡ଼ିଶା। ୨୦୨୧ -୨୨ରେ ଓଡ଼ିଶାର ଋଣଭାର ୧ ଲକ୍ଷ ୨୯ ହଜାର ୩୫୬ କୋଟି ରହିଛି ।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
Next Post