ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୫ ଦେଶୀୟ ଗସ୍ତରେ ଯାଇ ପ୍ରଥମ ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସରେ ପହଞ୍ଚିଛନ୍ତି। ସେଠାରେ ତାଙ୍କର ମାତ୍ର ଅଢ଼େଇ ଘଣ୍ଟାର ରହଣି ମଧ୍ୟରେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା, ଏଲ୍ପିଜି ଯୋଗାଣ ଓ ରଣନୈତିକ ତୈଳ ଭଣ୍ଡାର କ୍ଷେତ୍ରରେ ଅନେକଗୁଡ଼ିଏ ଗୁରୁତ୍ବପୂର୍ଣ୍ଣ ରାଜିନାମା ସ୍ବାକ୍ଷର ହୋଇଛି। ଏଥିସହିତ ଭାରତର ଭିତ୍ତିଭୂମି ଏବଂ ଆର୍ଥିକ ପ୍ରତିଷ୍ଠାନଗୁଡ଼ିକରେ ୟୁଏଇ ୫ ବିଲିଅନ ଡଲାରର ନିବେଶ କରିବ ବୋଲି ମଧ୍ୟ ପ୍ରତିଶ୍ରୁତ ଦେଇଛି। ଗୁଜରାଟର ଦ୍ବାରକା ଜିଲ୍ଲା ଅନ୍ତର୍ଗତ ଭାଡ଼ିନାରଠାରେ ଏକ ଜାହାଜ ମରାମତି ପୁଞ୍ଜ ସ୍ଥାପନ ପାଇଁ ମଧ୍ୟ ଦୁଇ ଦେଶ ମଧ୍ୟରେ ରାଜିନାମା ହୋଇଛି। ୟୁଏଇ ରାଷ୍ଟ୍ରପତି ମହମ୍ମଦ ବିନ୍ ଜାୟେଦ ଅଲ ନାହୟାନ୍ ଏବଂ ମୋଦୀଙ୍କ ଉପସ୍ଥିତିରେ ଏହି ରାଜିନାମାଗୁଡ଼ିକ ସ୍ବାକ୍ଷର ହୋଇଛି।ଉଲ୍ଲେଖଯୋଗ୍ୟ ଭାରତ ଓ ୟୁଏଇ ଗତ କିଛିବର୍ଷ ମଧ୍ୟରେ ଆର୍ଥିକ ସହଯୋଗିତାକୁ ବଢ଼ାଇଛନ୍ତି। ବିଶେଷକରି ଦୁଇ ଦେଶ ମଧ୍ୟରେ ବ୍ୟାପକ ଅର୍ଥନୈତିକ ସହଯୋଗ ରାଜିନାମା ସ୍ବାକ୍ଷର ପରେ ଏହା ବଢ଼ିଛି। ଏଥିପାଇଁ ଦୁଇ ଦେଶ ମଧ୍ୟରେ ଦ୍ବିପାକ୍ଷିକ ବାଣିଜ୍ୟ ରାଜିନାମା ୧୦୦ ବିଲିଅନ ଡଲାର ଟପିଛି। ଆଗାମୀ ଦିନରେ ଏହାକୁ ୨୦୦ ବିଲିଅନ ଡଲାରରେ ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖାଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ