ଲକ୍ଷ୍ମୀ ବସକୁ ନେଇ ବିବାଦ । କ୍ଷତି ହେଉଛି ତେଣୁ ଆମେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବସ୍ ଚଳାଇବୁନି । ସଂଘ ଦେଇଛି ଚେତାବନୀ । ପଞ୍ଚାୟତରୁ ବ୍ଲକ୍ ମୁଖ୍ୟାଳୟକୁ ପୂର୍ବ ସରକାର ଅମଳରେ ‘ଲକ୍ଷ୍ମୀ ବସ୍’ ଚାଲୁଥିଲା। ଏବେ ଯଦି ବ୍ଲକ ଏବଂ ଜିଲ୍ଲା ମୁଖ୍ୟାଳୟ ମଧ୍ୟରେ ବସ୍ ଚଳାଚଳ କରେ, ତେବେ ସେହି କ୍ଷତି ଆଉ ସହିବା ଅବସ୍ଥାରେ ନାହୁଁ । ରାଜ୍ୟ ସରକାର ଏ ଦିଗରେ ବିହିତ ପଦକ୍ଷେପ ନ ନେଲେ ଧର୍ମଘଟ ଜାରି ରହିବ କହିଛି ପ୍ରାଇଭେଟ ବସ ମାଲିକ ସଂଘ ।
ଆଜିଠୁ ୧୪ ଜିଲ୍ଲାରେ ୨୪ ଘଣ୍ଟିଆ ବସ୍ ସେବା ବନ୍ଦ ରଖିବାକୁ ଚେତାବନୀ ଦେଇଛନ୍ତି ପଶ୍ଚିମାଞ୍ଚଳ ଏବଂ ଦକ୍ଷିଣାଞ୍ଚଳର ୨୪ଟି ଘରୋଇ ବସ୍ ମାଲିକ ସଂଘ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବସ୍ ନ ଚଳାଇବାକୁ ସଂଘ ନିଷ୍ପତ୍ତି ନେଇଛି।
ଆଜି ସଂଧ୍ୟା ୬ଟାରୁ ୮ ତାରିଖ ସଂଧ୍ୟା ୬ଟା ଯାଏଁ ୧୪ ଜିଲ୍ଲାରେ ଘରୋଇ ବସ୍ ଗଡ଼ିବନି ବୋଲି ଚେତାବନୀ ଦେଇଛନ୍ତି ସଂଘର ସଦସ୍ୟ। ରାଜ୍ୟ ସରକାରଙ୍କ ଦ୍ୱିତୀୟ ପର୍ଯ୍ୟାୟ ତଥା ବ୍ଲକ ଏବଂ ଜିଲ୍ଲା ସଦର ମହକୁମା ମଧ୍ୟରେ ଟାୟାର-ଟୁ AC ବସ୍ ସେବା ନିଷ୍ପତ୍ତିକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଛି।