ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀଙ୍କ ପଞ୍ଜୀକରଣର ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମୀକ୍ଷା କରିଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ଓ ସମବାୟ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା ଓ ସମବାୟ ସମିତିର ରେଜିଷ୍ଟ୍ରାର ଡଃ. ଉଦ୍ଧବ ଚନ୍ଦ୍ର ମାଝୀ ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଥିଲେ ଏବଂ ଓସ୍ୱାନ ପ୍ଲାଟଫର୍ମ ମାଧ୍ୟମରେ ଜିଲ୍ଲାର ସମସ୍ତ ଜିଲ୍ଲାପାଳଙ୍କୁ ଭର୍ଚୁଆଲ୍ ମାଧ୍ୟମରେ ଉପସ୍ଥିତ ଥିଲେ ।
ଜିଲ୍ଲାପାଳମାନଙ୍କ ନେତୃତ୍ୱରେ ଅଳ୍ପ ଦିନ ମଧ୍ୟରେ ୧୩ ଲକ୍ଷରୁ ଅଧିକ ଚାଷୀଙ୍କୁ ପଞ୍ଜୀକୃତ କରିବାରେ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ଉଦ୍ୟମକୁ ମୁଖ୍ୟ ଶାସନ ସଚିବ ପ୍ରଶଂସା କରିଥିଲେ। ଓଡ଼ିଶା ସରକାରଙ୍କ ଅନୁରୋଧକ୍ରମେ ନାମଲେଖାର କଟ୍ ଅଫ୍ ତାରିଖ ଅଗଷ୍ଟ ୫ ତାରିଖକୁ ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ସମ୍ପର୍କରେ ବୈଠକରେ ସେ ସୂଚନା ଦେଇଥିଲେ । ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ବ୍ୟାଙ୍କିଙ୍ଗ୍ ନେଟୱାର୍କ ଦ୍ୱାରା ନଗଣ୍ୟ ସଂଖ୍ୟକ ଅଣଋଣୀ ଚାଷୀଙ୍କ ନାମ ପଞ୍ଜୀକରଣକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ।