ଆଜି ବିଧାନସଭାରେ ଉପସ୍ଥାପିତ ହେବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ଗତ ଫେବୃଆରୀ ମାସରେ ପୂର୍ବ ସରକାର ଆଣିଥିଲେ କାମଚଳା ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇ ଆର୍ଥିକ ବର୍ଷର ପ୍ରଥମ ତିନି ମାସ ପାଇଁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କା ପାଇଁ ବ୍ୟୟ ମଞ୍ଜୁରୀ ଅଣାଯାଇଥିଲା। ଏବେ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବେ। ଏହା ମୋହନ ସରକାରର ପ୍ରଥମ ବଜେଟ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ କରିବେ।ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପୂର୍ବରୁ ରାଜ୍ୟ ସରକାର ପୂର୍ବତନ ଅର୍ଥମନ୍ତ୍ରୀ ଓ ବିଶେଷଜ୍ଞଙ୍କ ପରାମର୍ଶ ନେଇଛନ୍ତି । ଏଥି ସହିତ ବଜେଟ୍କୁ ନେଇ ସାଧାରଣ ଲୋକଙ୍କଠାରୁ ୧୨ ହଜାର ମତ ମିଳିଥିଲା। ଶିଳ୍ପ, ଆରବିଆଇ, ଏନଜିଓ, ମଜଦୁର ସଂଘ, ଶିଳ୍ପ ସଂଘ, ବ୍ୟବସାୟୀ ମହାସଂଘର ପ୍ରାୟ ଦେଢ଼ ଶହ ପ୍ରତିନିଧି ମଧ୍ୟ ସେମାନଙ୍କ ମତାମତ ଦେଇଛନ୍ତି।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post