ଟେଲିକମ୍ କମ୍ପାନୀ ‘ରିଲାଏନ୍ସ ଜିଓ’ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଏପରିକି ରାଜ୍ୟରେ ଜିଓ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଟେଲିକମ୍ ରେଗୁଲେଟୋରି ଅଥରିଟି ଅଫ୍ ଇଣ୍ଡିଆ(ଟ୍ରାଇ) ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୪ ଜୁନ୍ ଶେଷ ସୁଦ୍ଧା ଓଡ଼ିଶାରେ ସର୍ବାଧିକ ୨.୭୨ ଲକ୍ଷ ନୂତନ ମୋବାଇଲ ଗ୍ରାହକ ଯୋଡ଼ିଥିବାବେଳେ ଜିଓ ନେଟ୍ୱର୍କରେ ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୧.୫୭ କୋଟି ଅତିକ୍ରମ କରିଛି। ସେହିଭଳି ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ୨୦୨୪ ଜୁନ୍ ଶେଷ ସୁଦ୍ଧା ରାଜ୍ୟରେ ଟେଲିକମ୍ ଶିଳ୍ପର ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ୨.୯୭ ଲକ୍ଷ ବୃଦ୍ଧି ସହ ଓଡ଼ିଶାର ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୩.୪୨ କୋଟିରେ ପହଞ୍ଚତ୍ଛି। ଏହି ସମୟ ମଧ୍ୟରେ ଉଭୟ ବିଏସ୍ଏନ୍ଏଲ୍ ଏବଂ ଭୋଡାଫୋନ-ଆଇଡିଆ ବହୁ ହଜାର ଗ୍ରାହକ ହରାଇଥିବା ଟ୍ରାଇ ତଥ୍ୟରୁ ଜଣାପଡିଛି।
ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଓୟାରଲାଇନ୍ ସେଗ୍ମେଣ୍ଟରେ ମଧ୍ୟ ଜିଓ ଓଡ଼ିଶାରେ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିବା ସହ ୩ଲକ୍ଷ ଓୟାରଲାଇନ୍ ଗ୍ରାହକର ମାଇଲଖୁଣ୍ଟ ଅତିକ୍ରମ କରିବାରେ ସକ୍ଷମ ହେବା ସହ ରାଜ୍ୟର ପ୍ରଥମ ତଥା ଏକମାତ୍ର ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଓଡ଼ିଶାରେ ଡିଜିଟାଲ୍ ଅନ୍ତର୍ଭୁକ୍ତୀକରଣକୁ ଆଗକୁ ବଢ଼ାଇ ରିଲାଏନ୍ସ ଜିଓ ତା’ର ଦ୍ରୁତଗତିରେ ସମ୍ପ୍ରସାରିତ ହେଉଥିବା ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସେବା ମାଧ୍ୟମରେ ହାଇ ସ୍ପିଡ୍ ବ୍ରଡ୍ବ୍ୟାଣ୍ଡ ଏବଂ ବିଶ୍ୱସ୍ତରୀୟ ଗୃହ ମନୋରଞ୍ଜନ ବା ହୋମ୍ ଏଣ୍ଟରଟେନ୍ମେଣ୍ଟ ସହ ରାଜ୍ୟର ୩ ଲକ୍ଷରୁ ଅଧିକ ଘର ଓ ପରିସରକୁ ସଂଯୋଗ କରିଛି।
Trending
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
Prev Post