ଆସନ୍ତା ଦୁର୍ଗା ପୂଜା ଆଗରୁ କେନ୍ଦ୍ରୀୟ କର୍ମଚାରୀଙ୍କୁ ମିଳିବ ବଡ଼ ଖୁସି ଖବର । ଦେଶର ଏକ କୋଟିରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସରକାର ଦେବେ ବଡ ଉପହାର । ପୁଣି ଥରେ ସରକାର DA ଏବଂ DR ରେ ବୃଦ୍ଧି ପାଇଁ ଯୋଜନା କରୁଛନ୍ତି ।ଆସନ୍ତା ଦୁର୍ଗା ପୂଜା ଅବସରରେ ସେ କର୍ମଚାରିଙ୍କୁ ଦେଇପାରନ୍ତି ବଡ ଖୁସି ଖବର । ଯଦି ନିଷ୍ପତି ଠିକ ରୁହେ ତେବେ କେନ୍ଦ୍ର ସରକାର କର୍ମଚାରିଙ୍କୁ ଦୁର୍ଗା ପୂଜା ଅଵସରରେ ଦରମା ବୃଦ୍ଧି ନେଇ ଏକ ବଡ଼ ଉପହାର ଦେଇପାରନ୍ତି ।ତେବେ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୭ ତାରିଖରେ କେନ୍ଦ୍ର କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମହଙ୍ଗା ଭତ୍ତା ଏବଂ ମହଙ୍ଗା ରିଲିଫରେ ବୃଦ୍ଧି ପାଇଁ କେନ୍ଦ୍ର ସରକାର ନୂଆ ସୂଚନା ଦେଇ ପାରନ୍ତି। ଯଦି ଏହା ହୁଏ ତେବେ ନବରାତ୍ରୀ ପୂର୍ବରୁ ହିଁ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏହା ଏକ ବଡ଼ ଉପହାର ହେବ। ସପ୍ତମ ବେତନ ଆୟୋଗ ଆଧାରରେ କେନ୍ଦ୍ର ସରକାର ସାଧାରଣତଃ ପ୍ରତି ୬ ମାସରେ ଥରେ ମହଙ୍ଗା ଭତ୍ତାରେ ସଂଶୋଧନ କରିଥାନ୍ତି। ଚଳିତ ଥର ପୁଣି ଥରେ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଦରମା ବଢିବା ନେଇ ଆଶା ରହିଛି ।
Trending
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
Prev Post