ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କାମଧେନୁ ଖଦି ଉଲ୍ ପାନିପଥ ପକ୍ଷରୁ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଏକ ଆନ୍ତଃ ରାଜ୍ୟ ହ୍ୟାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏପରିକି ପାଣିପାଗ ଓ ପରିବେଶ ପ୍ରଦର୍ଶନୀ ପାଇଁ ବେଶ୍ ଉତ୍ସାହଜନକ ରହିଥିଲାବେଳେ ସନ୍ଧ୍ୟା ୭.୩୦ରୁ ୯.୩୦ ଘଟିକା ପର୍ଯ୍ୟନ୍ତ ଭିଡ଼ ଅସମ୍ଭାଳ ହେଉଛି। ବିଶେଷକରି ଚଳିତ ଗ୍ରୀଷ୍ମ ପ୍ରବାହ (ଋତୁ) ପାଇଁ ଗ୍ରାହକ ଆକର୍ଷଣୀୟ ଓ ବିଭିନ୍ନ ବର୍ଗର ଆରାମଦାୟକ ପୋଷାକ ସହ ହ୍ୟାଣ୍ଡଲୁମ୍ ପୋଷାକ ପ୍ରତି ବେଶ୍ ଆକୃଷ୍ଟ ହେଉଥିବା ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଉକ୍ତ ପ୍ରଦର୍ଶନୀରେ ଓଡ଼ିଶାର ବୟନିକା ସମେତ ପଶ୍ଚିମବଙ୍ଗ,ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ପଞ୍ଜାବ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ହରିୟାଣା, ତାମିଲନାଡୁ, ବିହାର, ପୁଡୁଚେରୀ, ଆସାମ, କର୍ନାଟକ,ରାଜସ୍ଥାନ, ଉତ୍ତରାଖଣ୍ଡ ଏବଂ ଜମ୍ମୁ-କଶ୍ମୀର ଭଳି ରାଜ୍ୟର ବ୍ୟବସାୟୀମାନେ ମୋଟ ୭୫ଟି ଷ୍ଟଲ ଜରିଆରେ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ ସହ ବିକ୍ରି କରୁଛନ୍ତି। ଅପରପକ୍ଷରେ ଗ୍ରାହକ ଘରକରଣା ସାମଗ୍ରୀ ଓ ସାଜସଜ୍ଜା ପାଇଁ ବିଭିନ୍ନ ପ୍ରକାର ହ୍ୟାଣ୍ଡିକ୍ରାଫ୍ଟ ଉତ୍ପାଦ ସୁଲଭ ମୂଲ୍ୟରେ ପାଇପାରୁଛନ୍ତି।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Prev Post
Next Post