ଶେୟାର ବଜାର କାରବାରରେ କ୍ରମାଗତ ଭାବେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏପରିକି ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ବା ବିଏସ୍ଇ ସେନ୍ସେକ୍ସ ଅଲ ଟାଇମ ହାଇ ବା ସର୍ବୋଚ୍ଚସ୍ତର (୭୭,୩୪୭ ଅଙ୍କ) ରେ ପହଞ୍ଚତ୍ଥିଲାବେଳେ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ ବା ଏନ୍ଏସ୍ଇ ନିଫ୍ଟର କାରବାର ମଧ୍ୟ ନୂତନ ରେକର୍ଡ (୨୩,୫୭୩) ହାସଲ କରିଛି।
ସେହିଭଳି ଚଳିତ ସପ୍ତାହ କାରବାରର ପ୍ରଥମ ଦିନରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୨.୩୩ ଲକ୍ଷ କୋଟି ଟଙ୍କାର ନିବେଶ ପୁଞ୍ଜିବଜାର ଖାତାରେ ଯୋଡ଼ିଥିଲାବେଳେ ନିବେଶକଙ୍କ ମନରେ ଉତ୍ସାହ ବୃଦ୍ଧି ପାଇଛି। ଏପରିକି ପୂର୍ବ ଦିନର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୪୩୫ (୪୩୪.୮୮ଲକ୍ଷ କୋଟି) ଲକ୍ଷ କୋଟି ଥିଲାବେଳେ ମଙ୍ଗଳବାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୨.୩୩ ଲକ୍ଷ କୋଟି ବୃଦ୍ଧି ପାଇ ୪୩୭.୨୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଏସ୍ଇ ସେନ୍ସେକ୍ସ କାରବାର ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁଜ ସ୍ତରରେ ରହିଥିଲାବେଳେ ପ୍ରାରମ୍ଭରେ ସେନ୍ସେକ୍ସ ଅଲ ଟାଇମ ହାଇ ୭୭, ୩୪୭ ଅଙ୍କରେ ପହଞ୍ଚତ୍ଥିଲାବେଳେ ୭୭,୩୦୧.୧୪ ଅଙ୍କରେ କାରବାର ଶେଷ କରିଥିଲା। ଏପରିକି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସଇ)ର ନିଫ୍ଟି ୫୦ରେ ମଧ୍ୟ କାରବାର ପ୍ରାରମ୍ଭରେ ପ୍ରାୟ ୨୩,୫୭୩ ଅଙ୍କ ଛୁଲଁଥିଲାବେଳେ ଶେଷ ବେଳକୁ ୨୩, ୫୬୨.୩୦ ଅଙ୍କରେ କାରବାର ବନ୍ଦ କରିଥିଲା।
ସେହିପରି ବିଏସ୍ଇ ସେନ୍ସେକ୍ସ ୨.୬୨% ବୃଦ୍ଧି ଘଟିଥିବାବେଳେ ଏସ୍ଏନ୍ଇ ନିଫ୍ଟି ୫୦ରେ ୨.୫୭% ବୃଦ୍ଧି ହୋଇଛି। ଏପରିକି ବିଏସ୍ଇ ସ୍ମଲକ୍ୟାପ ୧.୨୮% ଏବଂ ବିଏସ୍ଇ ମିଡକ୍ୟାପ ୧.୧୮% ବୃଦ୍ଧିପାଇଥିବାବେଳେ ନିଫ୍ଟି ମିଡକ୍ୟାପ ୦.୪୮% ଓ ନିଫ୍ଟି ସ୍ମଲକ୍ୟାପ ୧.୩୦% ଏବଂ ନିଫ୍ଟି ବ୍ୟାଙ୍କିଙ୍ଗ୍ (ବ୍ୟାଙ୍କ) ୦.୯୫% ବୃଦ୍ଧି ହୋଇଛି ବୋଲି ଶେୟାର ବଜାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସ ପଞ୍ଜୀକୃତ ନିବେଶକଙ୍କ ମଧ୍ୟରେ ଓ୍ବିପ୍ରୋ, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା, ଟାଇଟନ, ପାଓ୍ବାର ଗ୍ରୀଡ, ଏସ୍ବିଆଇ, ଟେକ୍ ମହିନ୍ଦ୍ରା ଓ ଘରୋଇ ବ୍ୟାଙ୍କଗୁଡିକର ନିବେଶ ବୃଦ୍ଧି ଘଟିଛି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post