ଶେୟାର ବଜାରର ନିବେଶକ ଓ ପୁଞ୍ଜିବଜାର କାରବାରରେ ଅଭିବୃଦ୍ଧି ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ ଦିନର ଫଳାଫଳ ଅନୁଯାୟୀ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିବେଶକ ପ୍ରାୟ ୧.୨ଲକ୍ଷ କୋଟି ଟଙ୍କା ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ପୂର୍ବଦିବସର କାର୍ଯ୍ୟ ଶେଷ ସୁଦ୍ଧା ବଜାର ପୁଞ୍ଜି ମୋଟ ୪୫୧.୨ ଲକ୍ଷ କୋଟି ଥିଲାବେଳେ ଶୁକ୍ରବାର ବଜାର କାରବାର ଶେଷ ସୁଦ୍ଧା ପୁଞ୍ଜିବଜାରର ପରିମାଣ ୪୫୨.୪ ଲକ୍ଷ କୋଟିରେ ପହଞ୍ଚତ୍ଛି।ଉଲ୍ଲେଖଯୋଗ୍ୟ, ଶୁକ୍ରବାର ଶେୟାର ବଜାର କାରବାର ଶେଷ ସୁଦ୍ଧା ବିଏସ୍ଇ ସେନ୍ସେକ୍ସ ୬୨୨.୦୦ ପଏଣ୍ଟ ବଢ଼ି ୮୦,୫୧୯.୩୪ ଅଙ୍କରେ କାରବାର ଶେଷ କରିଥିଲାବେଳେ ଏନ୍ଏସ୍ଇ ନିଫ୍ଟି-୫୦ରେ ମଧ୍ୟ ୧୮୬.୨୦ ପଏଣ୍ଟ ବୃଦ୍ଧି ଘଟି ୨୪,୫୦୨.୧୫ ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post