Browsing Category

Culture

ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ

ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ ପରେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ବିଜେଡି ସରକାର ୫୦ କୋଟି ଟଙ୍କା ଦେଇଥିଲେ । କିନ୍ତୁ ପୀଠର ବିକାଶ ପାଇଁ ଏହା…

ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା

ଆଜିଠାରୁ ଅଲାରନାଥ ପୀଠରେ ହେବ ଅନବସର ଦର୍ଶନ । ସମସ୍ତ ଭକ୍ତମାନେ ୧୩ ଦିନ ଧରି କରିପାରିବେ ଦର୍ଶନ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଅଲାରନାଥ ପୀଠ । ଶନିବାର ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ବେଦୀରେ ଦିବ୍ୟସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି ।…

କ’ଣ ରହିଛି ଦେବସ୍ନାନ ପୂର୍ଣ୍ଣିମାର ମାହାତ୍ମ୍ୟ!

ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ପାଳନ କରାଯାଏ  । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ  । ଏହା ପରେ…

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା: ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର

ଧାଡ଼ିପହଣ୍ଡିରେ ଆସି ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର ବଳଭଦ୍ର। ଆଜି ଭୋର୍ ୫ଟାରୁ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ତାଙ୍କ ପଛେ ପଛେ ଭଉଣୀ ସୁଭଦ୍ରା ଓ କାଳିଆ ସାଆନ୍ତ ଆସୁଛନ୍ତି। ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ। ଆଜି ୧୦୮ ଗରା ସୁବାସିତ…

ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨ ଜଣ…

ଆସନ୍ତା କାଲି ସ୍ନାନପୂର୍ଣ୍ଣିମା

ବିଭିନ୍ନ ଶାସ୍ତ୍ର-ଗ୍ରନ୍ଥରେ ଶ୍ରୀଜଗନ୍ନାଥଙ୍କର ‘ବାରମାସରେ ତେରଯାତ୍ରା’ବର୍ଣ୍ଣନା ଅଛି।ଏହି ବାରଟି ଯାତ୍ରା ହେଉଛି- ସ୍ନାନଯାତ୍ରା, ରଥଯାତ୍ରା, ଶୟନଯାତ୍ରା, ଦକ୍ଷିଣାୟନଯାତ୍ରା, ପାଶ୍ୱର୍ପରିବର୍ତ୍ତନଯାତ୍ରା ଉତ୍‌ଥାପନଯାତ୍ରା, ପ୍ରାବରଣଯାତ୍ରା, ପୁଷ୍ୟପୂଜାଯାତ୍ରା, ଉତ୍ତରାୟଣଯାତ୍ରା,…

ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି

ଆଜିଠୁ ଆରମ୍ଭ ହେବ ଦେବସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି ପର୍ବ । ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ହୋଇଥିବା ବେଳେ ବଡ଼ସିଂହାର ବେଶ ପରେ ଭୋଗ ହୋଇ ପହୁଡ଼ ଆଳତି ହେବ । ଏହାପରେ ଶ୍ରୀ ମୁଖ ଖଣ୍ଡୁଆ ଓ ବାହୁଟ କଂଟ ସରିବା ପରେ ହେବ ଚାର ବନ୍ଧା କାର୍ଯ୍ୟ । ଦିନ ଗୋଟାଏ ସୁଦ୍ଧା ସେନାପଟା ଲାଗି…

ଶ୍ରୀମନ୍ଦିର:ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ । ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି । ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା । ଫଳରେ ୫ ଘଣ୍ଟା ବିଳମ୍ବ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି ।ଗତକାଲି…

ଆଜି ଶ୍ରୀଜିଉଙ୍କ ରାଜେନ୍ଦ୍ରଭିଷେକ ନୀତି

ଆଜି ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ରାଜେନ୍ଦ୍ରଭିଷେକ ନୀତି । ନୀତି ଶେଷ ହେବା ପରେ ମଦନମୋହନ ଆଜ୍ଞାମାଳ ପାଇ ବଟ ଗଣେଶଙ୍କଠାରେ ଥିବା ଖଟ ଉପରେ ବିଜେ କରିବେ । ଏହାପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇ ଜଗମୋହନର ବିଦ୍ୟୁତ ଆଲୋକ ବନ୍ଦ କରାଯାଇ ଅନ୍ଧାର…

ଆଜି ହେଉଛି ବକ୍ରି ଇଦ୍

ଆଜି ହେଉଛି ଇସଲାମ ଧର୍ମାବଲମ୍ବୀଙ୍କ ପାଇଁ ସ୍ୱତନ୍ତ୍ର ଦିନ  । ଦେଶର ଇସଲାମ ସମ୍ପ୍ରଦାୟର ଲୋକେ ଆଜିର ଦିନକୁ ଇଦ ଉଲ୍ ଜୁହା ବା ବକ୍ରି ଇଦ୍ ଭାବେ ପାଳନ କରୁଛନ୍ତି  । ଏହି ଦିନ ଟିକୁ ବଳିଦାନ ଦିବସ ଭାବେ ପାଳନ କରାଯାଇଥାଏ  । ବଳିଦାନର ଏହି ପରମ୍ପରା ହଜରତ ଇବ୍ରାହିମଙ୍କ ସମୟରୁ ଆରମ୍ଭ…