ରାଜ୍ୟରୁ ଜଣେ କୋଭିଡ ପଜିଟିଭ ଚିହ୍ନଟ । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି କରିବା ପରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛି । ଓଡ଼ିଶାରୁ ଚିହ୍ନଟ ପରେ ସଂକ୍ରମିତ ରାଜ୍ୟ ସଂଖ୍ୟା ୨୦ରେ ପହଞ୍ଚିଛି ।ସେପଟେ ସ୍ୱାସ୍ଥ୍ୟ ବିଭାଗକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର । କୋଭିଡ ଲକ୍ଷଣ ଦେଖାଗଲେ ପରୀକ୍ଷା କରିବା ପାଇଁ ଅପିଲ କରିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆବଶ୍ୟକ ପଡିଲେ ପରୀକ୍ଷା ସେଣ୍ଟର ବଢ଼ାଯିବ। ମାସ୍କ ବାଧ୍ୟତା ମୂଳକ ପାଇଁ ଗାଇଡ଼ଲାଇନ ଆସିନାହିଁ। ସର୍ଭିଲାନ୍ସ ବଢେଇବା ସହ ସତର୍କ ରହିବା ପାଇଁ ସେ ଅପିଲ କରିଛନ୍ତି । ଭାରତରେ ଯେତିକି ଲୋକ ପଜେଟିଭ ଆସିଛନ୍ତି ୯୮% ରୁ ଅଧିକ ଲୋକ ଘରେ ରହି ଚିକିତ୍ସିତ ହେଉଛନ୍ତି। କ୍ବଚିତ୍ ସଂକ୍ରମିତ ସିଭୟର ହେଉଛନ୍ତି ।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Prev Post
Next Post