ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୬,୯୦୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ହୁତୁ ହୁତୁ ହୋଇ ବଢ଼ୁଛି କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୪୫ ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୧ଲକ୍ଷ ୩୨ହଜାର ଟପିଲାଣି ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ମଧ୍ୟ ଗତ 24 ଘଂଟାରେ ବଢ଼ିଛି ସଂକ୍ରମଣ ।
ରାଜ୍ୟରେ ମଧ୍ୟ ଆଜି କରୋନା ସଂକ୍ରମଣ 700 ପାର ହୋଇଛି । ମାସ୍କ ପିନ୍ଧିବା ସହ କଟକଣା ମାନି ଚଳିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।