ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ

ମୈାସୁମି ବର୍ଷା ପରେ ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଏବେ ସାଢ଼େ୧୬ ହଜାର ଉପରେ ରହିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୫୬୧ କରୋନା ନୂତନ ସଂକ୍ରମଣ ଓ ୪୯ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୫୬୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୨୩,୫୫୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୦୫୩ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୫,୫୫,୦୪୧।