ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୬ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୭୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧୬ ଜଣ, ବରଗଡ଼ରୁ ୪୭, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩୩ ଜଣ, ବୌଦ୍ଧରୁ ୨୩ ଜଣ, କଟକରୁ ୩୪ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧, ଗଜପତିରୁ ୬ ଜଣ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ ଜଣ, କନ୍ଧମାଳରୁ ୨୧ ଜଣ ଚିହ୍ନଟ ହୋଇଛନ୍ତି ।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ