ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୬ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୭୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧୬ ଜଣ, ବରଗଡ଼ରୁ ୪୭, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩୩ ଜଣ, ବୌଦ୍ଧରୁ ୨୩ ଜଣ, କଟକରୁ ୩୪ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧, ଗଜପତିରୁ ୬ ଜଣ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ ଜଣ, କନ୍ଧମାଳରୁ ୨୧ ଜଣ ଚିହ୍ନଟ ହୋଇଛନ୍ତି ।
Trending
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
- ସରିଲା ମାଟ୍ରିକ୍ ପରୀକ୍ଷା, ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ
- ପଶ୍ଚିମ ଏସିଆରେ ଉତ୍ତେଜନା ଓ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ଦେଖି ଟେନସନରେ ଭାରତ,ଭାରତୀୟଙ୍କୁ ସୁରକ୍ଷା ଦବା କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ
- ଆମେରିକା ଦୂତାବାସ ସମ୍ପତ୍ତି ଭଙ୍ଗାରୁଜା କଲେ ପ୍ରଦର୍ଶନକାରୀ,୧୨ ମୃତ ୬୦ରୁ ଅଧିକ ଆହତ
- ଦଳରୁ ବହିଷ୍କାର ପରେ ଅସନ୍ତୋଷ ଜାହିର କରିଛନ୍ତି ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ