ଆଜିଠାରୁ ଅଲାରନାଥ ପୀଠରେ ହେବ ଅନବସର ଦର୍ଶନ । ସମସ୍ତ ଭକ୍ତମାନେ ୧୩ ଦିନ ଧରି କରିପାରିବେ ଦର୍ଶନ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଅଲାରନାଥ ପୀଠ । ଶନିବାର ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ବେଦୀରେ ଦିବ୍ୟସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି । ଏହି ଅବସରରେ ଶ୍ରୀଆଲରନଥଙ୍କ ଦର୍ଶନ କଲେ ସମଫଳ ମିଳିଥାଏ ବୋଲି ଶ୍ରଦ୍ଧାଳୁଙ୍କ ବିଶ୍ୱାସ ରହିଛି । ଶାନ୍ତି ଶୃଙ୍ଖଳାରେ କିପରି ଶ୍ରୀ ଅଲାରନାଥଙ୍କ ଦର୍ଶନ ହୋଇପାରିବ ସେନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।ଏହି ଅନବସର ସମୟରେ ଶ୍ରୀଜିଉମାନେ ଶ୍ୱେତ ବସ୍ତ୍ର ଧାରଣ କରିବାର ବିଧି ରହିଥିବା ବେଳେ ତୁଳସୀ ମଧ୍ୟ ଲାଗି କରାଯାଇନଥାଏ । ଏହି ୧୩ ଦିନ ମହାପ୍ରଭୁଙ୍କୁ କେବଳ ଧଳା ଫୁଲ ଲାଗି କରାଯାଏ । ଏହା ସହ ମହାପ୍ରଭୁଙ୍କ ପାଖରେ ଚକଟା ଏବଂ ପଣା ଭୋଗ କରାଯିବାର ପରମ୍ପରା ରହିଛି । ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ନପାଇ ୧୩ ଦିନ ପଟ୍ଟିଦିଅଁଙ୍କୁ ଦର୍ଶନ କରିବେ । ଦଶାବତାର ଠାକୁରଙ୍କ ସମେତ ଶ୍ରୀ ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବଦଳରେ ଅନନ୍ତ ନାରାୟଣ ଏବଂ ଦେବୀ ସୁଭଦ୍ରାଙ୍କ ବଦଳରେ ମା’ ଭୁବନେଶ୍ୱରୀ ପଟ୍ଟିଦିଅଁ ଭାବେ ପୂଜା ପାଇଥାନ୍ତି । ଦଇତାପତିମାନେ ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କୁ ଗୁପ୍ତ ଉପଚାର ସହ ଗୁପ୍ତ ସେବା କରୁଛନ୍ତି ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Next Post