ପୁରୀ: ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ଆଜି ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ଭିତରକୁ ପ୍ରବେଶ କରିଥିଲୁ। ସମସ୍ତେ ଦିବ୍ୟମନରେ ପ୍ରବେଶ କରିଥିଲୁ। ସିଂହଦ୍ବାର ସମ୍ମୁଖରେ ରଥାରୂଢ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ଲାଭ କରିଥିଲୁ। ଏହାପରେ ସମସ୍ତେ ଏକାଠି ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲୁ। ମା ବିମଳା, ମା ଲକ୍ଷ୍ମୀଙ୍କ ସହ ପାର୍ଶ୍ବ ଦେବାଦେବୀଙ୍କ ଦର୍ଶନ କରିବା ପରେ ପାରମ୍ପରିକ ଧୋତି ଗାମୁଛା ପରିଧାନ କରିଥିଲୁ। ସମସ୍ତ କମିଟି ସଦସ୍ୟ ଏବଂ ଶୁଭ ମୁହୂର୍ତ୍ତ ଦିନ ୯ଟା ୫୧ ମିନିଟ୍ ସମୟରେ ଭଣ୍ଡାରକୁ ପ୍ରବେଶ କରିଥିଲୁ। ଭିତର ରତ୍ନଭଣ୍ଡାରରେ ୩ଟି କାଚ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା ଥିଲା। ୩ଟି ସିନ୍ଦୁକ ମଧ୍ୟ ଥିଲା। ରାଜ୍ୟ ସରକାରଙ୍କ ଏସ୍ଓପି ଅନୁଯାୟୀ ରତ୍ନଭଣ୍ଡାର ପ୍ରବେଶ କରିଥିଲୁ।ଏହି କାମ କରିବା ପାଇଁ ପ୍ରାୟ ସାଢ଼େ ୭ ଘଣ୍ଟା ସମୟ ଲାଗିଛି। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଗୁରୁବାର ସନ୍ଧ୍ୟାରେ ଗଣମାଧ୍ୟମକୁ ଏହି ପ୍ରତିକ୍ରିୟା ଦେଇଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ବାହାରିଲା ପରେ ଗଣମାଧ୍ୟମକୁ ସେ କହିଛନ୍ତି, ପୂର୍ବରୁ ପ୍ରଥମ ଦଫାରେ ଗତ ୧୪ ତାରିଖରେ ବାହାର ଭଣ୍ଡାର ଖୋଲାଯାଇଥିବା ବେଳେ ଆଜି ବହୁ ପ୍ରତୀକ୍ଷିତ ଭିତର ରତ୍ନଭଣ୍ଡାର ଖୋଲିଛି। ଓଡ଼ିଶାବାସୀଙ୍କର ଯେଉଁ ଆଶା ଓ ଆଶଙ୍କା ଥିଲା ତାହା ଦୂର ହୋଇଛି। ସବୁ ଅଲଙ୍କାର ସୁରକ୍ଷିତ ରହିଛି। ଏହା ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମ୍କୁ ସ୍ଥାନାନ୍ତର କରାଯାଇଛି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post