ଆଜି ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଆଉ ଗୌରବର ଦିନ । ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ପାଇଥିଲା ନୂତନ ପରିଚୟ । ଆଜି ଓଡ଼ିଶା ଇତିହାସ ପାଇଁ ଏକ ଅବିସ୍ମରଣୀୟ ଦିନ । ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶାକୁ ସ୍ୱତନ୍ତ୍ର ମାନ୍ୟତା ମିଳିଥିବାରୁ ଏହି ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ପ୍ରତି ବର୍ଷ ପାଳନ କରାଯାଏ ଉତ୍କଳ ଦିବସ ।ଚଳିତ ବର୍ଷ ଓଡ଼ିଶା ଏହାର ୮୮ତମ ଜନ୍ମ ଦିବସ ପାଳନ କରିବ । ଓଡ଼ିଶା ଜାତିର ଅସ୍ମିତାର ସୁରକ୍ଷା ନେଇ ସଂଗ୍ରାମର କାହାଣୀ କୁହେ ଆଜିର ତାରିଖ । ପୂର୍ବରୁ ବିହାରର ଏକ ଅଂଶ ଥିଲା ଓଡିଶା । ସମ୍ୱଲପୁର ମଧ୍ୟପ୍ରଦେଶ ସହ ମିଶିଥିବା ବେଳେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ ଓ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧିନରେ ରହିଥିଲା । ତେବେ ସ୍ୱତନ୍ତ୍ର ଓଡ଼ିଆ ପ୍ରଦେଶ ଗଠନ କରିବା ନିମନ୍ତେ ମଧୁସୂଦନ ଦାସ, ନୀଳକଣ୍ଠ ଦାସ, ରାଧାନାଥ ରାୟ, ଫକୀର ମୋହନ ସେନାପତି, କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ଏହି ବୀରପୁତ୍ରମାନଙ୍କ ଉଦ୍ୟମରେ ପ୍ରଥମେ ୧୯୦୩ ମସିହାରେ ଉତ୍କଳ ସମ୍ମିଳନୀ ଗଠନ ହୋଇଥିଲା । ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ ପାଇଁ ମୁଖ୍ୟ ବିପ୍ଳବ ଉତ୍କଳ ସମ୍ମିଳନୀ ଗଠନ ଦିନଠାରୁ ତିନି ଦଶନ୍ଧି ଧରି ଲାଗି ରହିଥିଲା । ବୀରପୁତ୍ରମାନଙ୍କର ତ୍ୟାଗ ଓ ପ୍ରଚେଷ୍ଠାରେ ପ୍ରଥମେ ୬ଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ୱଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା । ୧୯୫୦ ମସିହା ଜାନୁଆରୀ ମାସରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଡି ହୋଇ ମୋଟ ୧୩ଟି ଜିଲ୍ଲା ହୋଇଥିଲା । ଏହାପରେ ୧୯୯୨ରେ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁର୍ନବିଭାଜନ କରି ୩୦ ଜିଲ୍ଲାରେ ବିଭକ୍ତ କରାଯାଇଥିଲା ।୧୯୩୬ ମସିହା ଅପ୍ରେଲ ୧ରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହେବା ସମୟରେ ରାଜ୍ୟର ନାମ ରହିଥିଲା ଉତ୍କଳ । ତେଣୁ ଏହି ଦିନକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ । ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପର୍ଯ୍ୟଟନ ବେଶ ସ୍ୱତନ୍ତ୍ର । ଆମର ମନ୍ଦିରରେ କଳା, ଭାସ୍କର୍ଯ୍ୟ ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । କୋଣାର୍କରୁ ନେଇ ଲିଙ୍ଗରାଜ ଓଡ଼ିଆର କାରୁକାର୍ଯ୍ୟର ଜ୍ୱଳନ୍ତ ଉଦାହରଣ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post