ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସ୍ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ ହେବ। ଏଥିଲାଗି ଉଭୟ ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସ୍ଆଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ ପ୍ରକ୍ରିୟା ସରିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (ଏସ୍ଓପି) ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସ୍ଥାନାନ୍ତର ହୋଇସାରିଛି। ସେହିପରି ଖାଲି ଆଲମିରା ଓ ସିନ୍ଦୁକଗୁଡ଼ିକୁ ସ୍ଥାନ୍ତାନ୍ତର କରାଯାଇସାରିଛି। ଏହାପରେ ଏଏସ୍ଆଇକୁ ସଂରକ୍ଷଣ ଓ ମରାମତି କାର୍ଯ୍ୟ ହାତକୁ ନେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲା। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଥିଲା। ଏହାଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡ଼ିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସ୍ଆଇକୁ ମଧ୍ୟ କୁହାଯାଇଥିଲା। ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସ୍ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ପାଢ଼ୀ ଅନୁରୋଧ କରିଛନ୍ତି। ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ନେଇ ଚର୍ଚ୍ଚା ଉଠିଥିବାବେଳେ ଏହି ଯାଞ୍ଚ ଦ୍ୱାରା ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ତାହା ସ୍ପଷ୍ଟ ହେବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ