ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଜି ପୁଣି ରତ୍ନଭଣ୍ଡାର ଖୋଲିବାକୁ ଯାଉଛି । ରତ୍ନଭଣ୍ଡାର ଖୋଲୁଥିବାରୁ ଦିନ ୧ ଟା ପରେ ଆଜି ଶ୍ରୀ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ଥାନାନ୍ତରଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ଭକ୍ତ ନିଜ ମହାପ୍ରଭୁଙ୍କୁ ଦର୍ଶନ କରିବାରୁ ବଞ୍ଚିତ ହେବେ । ରତ୍ନଭଣ୍ଡାରରେ ପ୍ରବେଶ ଓ ଯାଞ୍ଚ କରିବା ପାଇଁ ୧୨ ଜଣିଆ କମିଟି ମଧ୍ୟ ଗଠନ କରାଯାଇଛି । ସେମାନେ ପୁଙ୍ଖାନୁପୁଙ୍ଖ ଭାବରେ ଆଜି ରତ୍ନଭଣ୍ଡାରର ସମସ୍ତ କାର୍ଯ୍ୟ ତଦାରଖ କରିବେ ।କହିରଖୁ, ରତ୍ନଭଣ୍ଡାର ଖୋଲିବା ପରେ ଖାଲି ସିନ୍ଦୁର ଓ ଆଲମିରାକୁ ସ୍ଥାନାନ୍ତର କରାଯିବ । ଆଜି ଜଉମୁଦ ହୋଇଥିବା ଭିତର ଓ ବାହାର ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ହେବ ରତ୍ନଭଣ୍ଡାରକୁ ନେଇ ରାଜ୍ୟବାସୀଙ୍କ ମନରେ ଉତ୍ସୁକତା ଲାଗି ରହିଥିଲା । ନବୀନଙ୍କ ସରକାରର ପରାଜୟ ପରେ ନୂଆ ସରକାର ତଥା ମୋହନ ମାଝୀଙ୍କ ସରକାର ରତ୍ନଭଣ୍ଡାର ଖୋଲି ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛି ।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
Prev Post
Next Post