ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ବିଦାୟ ନେବେ ମାଆ । ଅନୁଷ୍ଠିତ ହେଉଛି ମହାମାୟାଙ୍କର ଭସାଣ ଉତ୍ସବ । ବିସର୍ଜନ ପାଇଁ କରାଯାଇଛି ଅସ୍ଥାୟୀ ପୋଖରୀ । ଭସାଣକୁ ଚିତ୍ତାକର୍ଷକ କରିବା ପାଇଁ ସମସ୍ତ ପୂଜା କମିଟି ଯୋଜନା କରିଛନ୍ତି । ନାସିକ ଢୋଲରେ କମ୍ପିବ ରାଜରାସ୍ତା । ଆକ୍ସନ ଦେଖାଇବେ ଅଘୋରୀ ଗ୍ରୁପ ।ମାଆଙ୍କୁ ମେଲାଣି ପାଇଁ ବିଭିନ୍ନ ପୂଜା ମଣ୍ଡପ ଗୁଡିକ ପ୍ରସ୍ତୁତି କରିଛନ୍ତି । ରାଜଧାନୀ ଭୁବନେଶ୍ବରରେ ମାଆଙ୍କ ଭସାଣ ଉତ୍ସବ ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭସାଣ ସମୟରେ ଯେଭଳି ଟ୍ରାଫିକ ସମସ୍ୟା ଉପୁଜିବ ସେଥିପାଇଁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି । ରାଜଧାନୀରେ ମୋଟ ୩୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ।୧୫୦ ଜଣ ବରିଷ୍ଠ ପୋଲିସ ଅଧିକାରୀ ବିଭିନ୍ନ ସ୍ଥାନରେ ନଜର ରଖିବେ । ମାଆଙ୍କୁ ବିସର୍ଜନ ପାଇଁ କୁଆଖାଇ ଓ ଦୟାନଦୀ କୂଳରେ ଅସ୍ଥାୟୀ ପୋଖରୀ ଖୋଳାଯାଇଛି । ନଦୀ ଭିତରକୁ ଯିବା ଉପରେ କଟକଣା କରାଯାଇଛି । ଅସ୍ଥାୟୀ ପୋଖରୀ ଗୁଡ଼ିକ ନିକଟରେ ପୋଲିସ ମୁତୟନ ହେବାକୁ ଥିବାବେଳେ, ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ବୋଟ ଧରି ଉପସ୍ଥିତ ରହିବେ ।ଭୁବନେଶ୍ବରରେ ମୋଟ ୧୮୮ଟି ପୂଜା ମେଢ଼ ରହିଛି। ସହିଦନଗର, ନୟାପଲ୍ଲୀ ଓ ଚନ୍ଦ୍ରଶେଖରପୁର ତିନୋଟି ଭସାଣ କମିଟି ଦ୍ବାରା ମେଢ଼ ଗୁଡିକ ଶୋଭାଯାତ୍ରାରେ ଯିବେ । ସହିଦନଗର ଭସାଣ କମିଟିକୁ ଆସୁଥିବା ମେଢ଼ ଗୁଡିକ ବାଣୀବିହାର ଛକରୁ ଶୋଭାଯାତ୍ରାରେ ବାହାରି ରୂପାଲି ଛକ ଦେଇ ରାଜମହଲ ପର୍ଯ୍ୟନ୍ତ ଆସିବେ । ନୟାପଲ୍ଲୀ ଭସାଣ କମିଟି ମେଢ଼ ଗୁଡିକ CRP ଛକ ଦେଇ ୟୁନିଟ-୮ ଦେଇ ୬ ନମ୍ବର ପର୍ଯ୍ୟନ୍ତ ଆସିବେ । ସେହିପରି ଚନ୍ଦ୍ରଶେଖରପୁର ଭସାଣ କମିଟି ମେଢ଼ ଗୁଡିକ କଳିଙ୍ଗ ହସ୍ପିଟାଲ ଛକ ଦେଇ ନଦୀ ପଠାକୁ ଯିବେ । ଏଥିପାଇଁ ଟ୍ରାଫିକ ବ୍ୟବସ୍ଥା ଉପରେ ଅଧିକ ଫୋକସ ଦେଇଛି କମିଶନରେଟ ପୋଲିସ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post