ଆଜି ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ। ଏହି ପବିତ୍ର ତିଥିରେ ୨୦୨୪ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ। ବିଶ୍ବ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ। ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ଆସିଥିବା କାଠ ରଥ ଖଳାରେ ଆଜି ଅନୁକୁଳ ହେବ। ଏଥିଲାଗି ଗତକାଲି ରଥଖଳାକୁ ପରିଷ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯାଇଛି। ଆଜି ସନ୍ଧ୍ୟା ବେଳେ ଶ୍ବତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ। ଚଳିତ ବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ। ତେବେ ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବା ସହ ଆସନ୍ତା ଅକ୍ଷୟ ତୃତୀୟା ଦିନ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ତେବେ ତିନିରଥ ନିର୍ମାଣ ପାଇଁ ମୋଟ 865 ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ଗତବର୍ଷର 53 ଖଣ୍ଡ କାଠ ବଳକା ରହିଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post