ଆଜି ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ। ଏହି ପବିତ୍ର ତିଥିରେ ୨୦୨୪ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ। ବିଶ୍ବ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ। ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ଆସିଥିବା କାଠ ରଥ ଖଳାରେ ଆଜି ଅନୁକୁଳ ହେବ। ଏଥିଲାଗି ଗତକାଲି ରଥଖଳାକୁ ପରିଷ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯାଇଛି। ଆଜି ସନ୍ଧ୍ୟା ବେଳେ ଶ୍ବତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ। ଚଳିତ ବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ। ତେବେ ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବା ସହ ଆସନ୍ତା ଅକ୍ଷୟ ତୃତୀୟା ଦିନ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ତେବେ ତିନିରଥ ନିର୍ମାଣ ପାଇଁ ମୋଟ 865 ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ଗତବର୍ଷର 53 ଖଣ୍ଡ କାଠ ବଳକା ରହିଛି।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
Prev Post
Next Post