ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସଂଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ନୀତି ପାଇଁ ଅନେକ ସମୟରେ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଥାଏ । ତେବେ ଆଜି ସଂଧ୍ୟାରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ କମିଟି ପକ୍ଷରୁ ଘୋଷଣା କରାଯାଇଛି ।ଶ୍ରୀଗୁଣ୍ଡିଚା ଯାତ୍ରା ସାରି ନୀଳାଦ୍ରି ବିଜେ ପରେ ବନକଲାଗି ହୋଇନାହାନ୍ତି ମହାପ୍ରଭୁ । ଏଥିପାଇଁ ବୁଧବାର ଅର୍ଥାତ ଆଜି ମହାପ୍ରଭୁଙ୍କ ବନକଲାଗି କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି । ସେହିପରି ଗତକାଲି ମହାପ୍ରଭୁଙ୍କର ବଡ଼ମହାସ୍ନାନ ହୋଇଥିଲା । ଏଥିପାଇଁ ପ୍ରାୟ ଅଢେଇ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା ।ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି