ବିଭିନ୍ନ ଶାସ୍ତ୍ର-ଗ୍ରନ୍ଥରେ ଶ୍ରୀଜଗନ୍ନାଥଙ୍କର ‘ବାରମାସରେ ତେରଯାତ୍ରା’ବର୍ଣ୍ଣନା ଅଛି।ଏହି ବାରଟି ଯାତ୍ରା ହେଉଛି- ସ୍ନାନଯାତ୍ରା, ରଥଯାତ୍ରା, ଶୟନଯାତ୍ରା, ଦକ୍ଷିଣାୟନଯାତ୍ରା, ପାଶ୍ୱର୍ପରିବର୍ତ୍ତନଯାତ୍ରା ଉତ୍ଥାପନଯାତ୍ରା, ପ୍ରାବରଣଯାତ୍ରା, ପୁଷ୍ୟପୂଜାଯାତ୍ରା, ଉତ୍ତରାୟଣଯାତ୍ରା, ଦୋଳଯାତ୍ରା, ଦମନକଯାତ୍ରା ଓ ଚନ୍ଦନଯାତ୍ରା। ଏହା ଜ୍ୟେଷ୍ଠମାସରେ ଆରମ୍ଭ ହୋଇ ବୈଶାଖ ମାସରେ ଶେଷ ହୁଏ। ଶ୍ରୀମନ୍ଦିର ସ୍ୱତ୍ୱଲିପି ବା ଅଧିକାର ଅଭିଲେଖରେ ଦ୍ୱାଦଶଯାତ୍ରାର ଏହି କ୍ରମ ରହିଛି। କିନ୍ତୁ ବାଲୁଙ୍କୀ ପାଠୀଙ୍କ ‘ଯାତ୍ରା ଭାଗବତ’ ଅନୁସାରେ, ଦ୍ୱାଦଶଯାତ୍ରାର ଆରମ୍ଭ ଦୋଳଯାତ୍ରାରୁ ଏବଂ ଶେଷ ଉତ୍ତରାୟଣଯାତ୍ରାରେ।ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା । ସାରା ବିଶ୍ୱକୁ ସ୍ନାନବେଦୀରେ ଦିବ୍ୟଦର୍ଶନ ଦେବେ ମହାପ୍ରଭୁ । ଏହି ଅବସରରେ ଶ୍ରୀମନ୍ଦିରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ ହୋଇଛି ।ନୀତିନିର୍ଘଣ୍ଟ ସୂଚୀ ଅନୁସାରେ ମଙ୍ଗଳାର୍ପଣ ଭୋର ୩ଟା ୩୦ରୁ ଆରମ୍ଭ ହୋଇ ପରେ ପୁଷ୍ପାଞ୍ଜଳି ଏବଂ ଡୋରଲାଗି ନୀତି ହୋଇ ଚତୁର୍ଦ୍ଧାମୁରତିଙ୍କ ପହଣ୍ଡି ଆରମ୍ଭ ୪ଟା ରୁ ୬ଟା ପର୍ଯ୍ୟନ୍ତ ଚାଲିବ । ଏହାପରେ ବିଭିନ୍ନ ପ୍ରକାରର ନୀତି ମଙ୍ଗଳ ଆଳତି, ତଡପ ଲାଗି, ମଇଲମ, ଦ୍ୱାରପାଳ ପୂଜା ସୂର୍ଯ୍ୟ ପୂଜାର ସମ୍ପନ୍ନ ହେବ । ପୂଜାବିଧି ପରେ ଶ୍ରୀଜୀଉମାନଙ୍କୁ ଶହେ ଆଠ ଗରା ସୁଗନ୍ଧିତ ଜଳରେ ରୀତିନୀତି ଅନୁସାରେ ସ୍ନାନ କରାଯିବ । ଶହେ ଆଠ ଗରା ସୁବାସିତ ଜଳରୁ ବଡ ଠାକୁରଙ୍କର ୩୩ ଗଡା, ମହାପ୍ରଭୁଙ୍କ ୩୫ ଗରା, ମା ସୁଭଦ୍ରାଙ୍କର ୨୨ ଗରା ଏବଂ ସୁଦର୍ଶନଙ୍କ ୧୮ ଗରା ସୁଗନ୍ଧିତ ଜଳରେ ସ୍ନାନ କରିବେ ।ସେହିପରି ରୀତିନୀତି ଅନୁସାରେ ଦିନ ୧.୫୦ ଘଟିକା ସୁଦ୍ଧା ମଇଲମ, ମେକାପ ସର୍ବାଙ୍ଗ, ନୂତନ ଲୁଗା ପରିଧାନ ହେବ । ପରେ ଛେରାପହଁରା ସହ ହାତୀବେଶ ଦର୍ଶନ ୨ ଘଟିକା ସମୟରେ ଅନୁଷ୍ଠିତ ହେବ । ପରବର୍ତ୍ତୀ ସହାଣାମେଲା ଦର୍ଶନ ସନ୍ଧ୍ୟା ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ଶ୍ରୀଜୀଉଙ୍କୁ ଦର୍ଶନ ଦେବେ । ରାତି ୧ଟାରୁ ୧.୩୦ ପର୍ଯ୍ୟନ୍ତ ରାହୁରେଖା ମଇଲମ ଏବଂ ସୁନା ଚିତା କାର୍ଯ୍ୟକ୍ରମ ରହିଛି । ଏହା ପରେ ଦିଅଁଙ୍କ ହାତୀବେଶ ପାଇଁ ପ୍ରତିବର୍ଷ ପରି ରାଘବଦାସ ମଠରୁ ଚତୁର୍ଦ୍ଧା ମୁର୍ତ୍ତିଙ୍କ ପାଇଁ କିଛି ସାମଗ୍ରୀ ପ୍ରସ୍ତୁତ ଚାଲିଛି । ମହାପ୍ରଭୁଙ୍କ ଏହି ସ୍ନାନ ପୂର୍ଣ୍ଣିମା ଲାଗି ଶ୍ରୀମନ୍ଦିର ଚାରି ପାଖରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ଏଥିସହ ୪ କମାଣ୍ଡର, ଏସପିଙ୍କ ସହ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଛନ୍ତି ।
Trending
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
Prev Post
Next Post