ଆଜି ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା । ଉତ୍ସବ ମୁଖର ପଶ୍ଚିମ ଓଡ଼ିଶାର ଗାଁଠୁ ସହର। ଘରେ ଘରେ ପ୍ରସ୍ତୁତି ଜୋରସୋର । ପିଠାପଣାର ମହକରେ ମହକୁଛି ଘର। ତିଆରି ଚାଲିଛି ଭଳିକି ଭଳି ସ୍ବାଦିଷ୍ଟ ବ୍ୟଞ୍ଜନ। ଘରେ ବନ୍ଧୁ ବାନ୍ଧବଙ୍କ ଭିଡ଼। ଦୂରଦୂରାନ୍ତରେ ରହୁଥିବା ପରିବାର ଓ ଆତ୍ମୀୟ ଘରକୁ ଫେରିଛନ୍ତି ।ଆଜି ସକାଳ ୧୦ଟା ୨୭ରୁ ୧୦ଟା ୪୨ ଭିତରେ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହେବ । ମାଆଙ୍କ ନବାର୍ଣ୍ଣ ମୁଖ୍ୟ ପୂଜକଙ୍କ ସମେତ ଆଉ ଦୁଇ ପୂଜକଙ୍କ ଘରେ ପ୍ରସ୍ତୁତ ହେଉଛି। ଏହାପରେ ସମସ୍ତ ଏକାଠି ନୂଆ ଖାଇବେ । ନୂଆ ଖାଇବା ପରେ ଗୁରୁଜନଙ୍କୁ ଜୁହାର କରି ଘରର ଛୋଟମାନେ ଆଶୀର୍ବାଦ ନେଇ ଥାଆନ୍ତି । ଅନ୍ୟପଟେ ନୂଆଖାଇ ପାଇଁ ଚାଲିଛି ନାଚଗୀତର ପ୍ରସ୍ତୁତି । ପଶ୍ଚିମ ଓଡିଶାର ଡାଲଖାଇ, ରସରକେଳି, ମାଇଲାଜଡ଼, ଚୁଟୁକୁଚୁଟାରେ ଦୁଲୁକୁଛି ଗାଁ ଦାଣ୍ଡ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post