ପୁରୀ: ବନକଲାଗି ବିବାଦ ଛିଣ୍ଡିବାର ନାଁ ଧରୁନି । ପ୍ରଶାସନ ଏବଂ ସେବାୟତ ବିବାଦ ତୁଟାଇବା ପାଇଁ ଆଜି ବସିବ ନୀତି ସବ୍-କମିଟି ବୈଠକ । ଗତ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବନକଲାଗି ନୀତି କରିବା ପାଇଁ ଦତ୍ତମହାପାତ୍ର ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ଗୁରୁବାର ବନକଲାଗି କରିବାକୁ ପ୍ରସ୍ତୁତ ହୋଇ ଶ୍ରୀମନ୍ଦିର ଆସିଥିଲେ ଦତ୍ତ ମହାପାତ୍ର ସେବାୟତ । ବନକ ଘରେ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ନୀତି ନ କରିବାକୁ କହିଥିଲେ ଶ୍ରୀମନ୍ଦିର କମାଣ୍ଡର । ତେଣୁ ସେବକମାନେ ମୁଖ୍ୟ ପ୍ରଶାସକଙ୍କୁ ଭେଟି ବନକଲାଗି ନୀତି କରିବା ପାଇଁ ଅନୁମତି ଦେବାକୁ ଅନୁରୋଧ କରିଥିଲେ । ପୂର୍ବରୁ ଉଭୟ ବୁଧବାର ଓ ଗୁରୁବାର ବନକଲାଗି ନୀତି ହୋଇଆସୁଥିବା ବେଳେ ପ୍ରଶାସନ ବୁଧବାର କରିବା ପାଇଁ କାହିଁକି ବାଧ୍ୟ କରୁଛି ସେନେଇ ପ୍ରଶ୍ନ କରିଛନ୍ତି ଦତ୍ତମହାପାତ୍ର ସେବାୟତ ।ଆଜି ବସିବ ନୀତି ସବ୍-କମିଟି ବୈଠକ । ବୈଠକରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କେବେ ଓ କେଉଁଦିନ ହେବ, ସେନେଇ ନିଷ୍ପତ୍ତି ହେବ । ବୈଠକର ଚୂଡ଼ାନ୍ତ ନିଷ୍ପତ୍ତି ଅନୁସାରେ ବନକଲାଗି ନୀତି କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ମୁଖ୍ୟ ପ୍ରଶାସକ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post