ପୁରୀ, ୨୧/୦୧: ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ସ୍ୱତନ୍ତ୍ର ‘ବଡ଼ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଭିତର କାଠ ନିକଟରେ ଥିବା ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବା ଦେଖିବାକୁ ମିଳିଥିଲା, ଯାହା ଫଳରେ ମନ୍ଦିର ପରିସର ଅଶୁଦ୍ଧ ହୋଇଥିବା ବିବେଚନା କରାଯାଇ ନୀତି ଅନୁଯାୟୀ ଏହି ମହାସ୍ନାନ କରାଯାଉଛି। ସୂଚନା ଅନୁଯାୟୀ, ଆଜି ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ଚାଙ୍ଗେଡ଼ା ଘର ସମ୍ମୁଖରେ ରକ୍ତ ପଡ଼ିଥିବା ଦେଖାଯାଇଥିଲା। ଏହାପରେ ପରମ୍ପରା ମୁତାବକ ମନ୍ଦିର ଶୋଧ କାର୍ଯ୍ୟ ଆରମ୍ଭ ହୋଇଥିଲା। ବଡ଼ ମହାସ୍ନାନ ବିଧି ପାଇଁ ମହାପ୍ରଭୁଙ୍କ ଅନ୍ୟାନ୍ୟ ଦୈନନ୍ଦିନ ନୀତିକାନ୍ତିରେ ସାମାନ୍ୟ ବିଳମ୍ବ ଘଟିଛି। ମହାସ୍ନାନ ନୀତି ଚାଲିଥିବା ଯୋଗୁଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ କିଛି ସମୟ ପାଇଁ ବନ୍ଦ ରଖାଯାଇଛି। ଭିତର କାଠ ନିକଟରେ ଶ୍ରଦ୍ଧାଳୁଙ୍କ ପ୍ରବେଶକୁ ବାରଣ କରାଯିବା ସହ ସମଗ୍ର ଅଞ୍ଚଳକୁ ସଂସ୍କାର କରାଯାଉଛି। ମହାସ୍ନାନ ନୀତି ସମ୍ପୂର୍ଣ୍ଣ ହେବା ପରେ ଏବଂ ପଞ୍ଚାମୃତ ଲାଗି ହେବା ପରେ ଶ୍ରଦ୍ଧାଳୁମାନେ ପୁଣି ଥରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ