ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଶେଷ ହୋଇଛି। ଦୀର୍ଘ ଚାରିଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଏହି ବୈଠକ ଚାଲିଥିବାବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି | ଶ୍ରୀମନ୍ଦିର ପକ୍ଷରୁ ନିଜସ୍ୱ ଏଫଏମ ରେଡିଓ ଚ୍ୟାନେଲ ଆରମ୍ଭ ହେବ । ଏ ବାବଦରେ ବିସ୍ତୃତ ଆଲୋଚନା ପରେ ପଦକ୍ଷେପ ଗ୍ରହଣ କରାଯିବ । ଓରସାକ ସହାୟତାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମସ୍ତ ଜମି ରେକର୍ଡର ଡିଜିଟାଇଜେସନ କରାଯିବ । ଏଥିସହିତ ଶ୍ରୀମନ୍ଦିର ନାଟ ମଣ୍ଡପରେ ଏୟାର କଣ୍ଡିସନ ବ୍ୟବସ୍ଥା କରଯିବ । ଭକ୍ତଙ୍କ ସହଜ ଦର୍ଶନ ପାଇଁ ବ୍ୟବସ୍ଥା ଗ୍ରହଣ କରଯିବା ସହ ମହିଳା ଓ ପୁରୁଷଙ୍କ ପାଇଁ ଅଲଗା ଅଲଗା ଧାଡ଼ି କରାଯିବ । ସେବାୟତଙ୍କ ସହ ଆଲୋଚନା କରାଯାଇ ନାଟ ମଣ୍ଡପରେ ଥିବା ଆଲମିରା କଢ଼ାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ବାବଦରେ ସୂଚନା ଦେଇଛନ୍ତି ।ଶ୍ରୀମନ୍ଦିର ପରିଚାଳନା ପାଇଁ ୪୧୩ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ୧୦୩ କୋଟି ଟଙ୍କାର ବଳକା ବଜେଟ୍ ନେଇ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଡ଼ପ ମଣ୍ଡପ ବିଜେ ଅଘଟଣ ପୁନରାବୃତ୍ତି ନହେବା ଉପରେ ଗୁରୁତ୍ୱ ଦିଆଯାଇଛି । ଆଡ଼ପ ମଣ୍ଡପ ବିଜେ ଅଘଟଣାର ସମୀକ୍ଷା ପୁଣି ଥରେ କରାଯିବ । ଆଡ଼ପ ପହଣ୍ଡି ଅଘଟଣ ରିପୋର୍ଟ ଅସଂପୂର୍ଣ୍ଣ ରହିଥିବା ପରିଚାଳନା କମିଟି ତରଫରୁ କୁହାଯାଇଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ