ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ମହାପ୍ରଭୁ ରତ୍ନସିଂହାସନରେ ସୁନାବେଶରେ ଦର୍ଶନ ଦେବେ ଯାହାକୁ ନେଇ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିଛି। ତେବେ ଆଜି ସନ୍ଧ୍ୟାରୁ ଆହୁରି ଭିଡ଼ ବଢିବା ନେଇ ଅନୁମାନ କରାଯାଉଛି। ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାତ୍ର ପହୁଡ଼ ନୀତି ନ କରିବାକୁ ନିଷ୍ପତି ନିଆଯାଇଛି। ଶ୍ରଦ୍ଧାଳୁ ମାନେ ବିଳମ୍ବିତ ରାତି ପର୍ୟ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସେବାୟତଙ୍କ ସହ ଆଲୋଚନା ପରେ ଏଭଳି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।ସେପଟେ ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ଯାତାୟାତ ସୁବିଧା ଲାଗି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ଦେଖିବାକୁ ମିଳିଛି। ଏହି ସୁରକ୍ଷା କାର୍ୟ୍ୟରେ ୩୯ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଯେଉଁଥିରେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି । ୬ ଜଣ ଅତିରିକ୍ତ ଏସ୍ପି ଓ ଡେପୁଟି କମାଣ୍ଟାଣ୍ଟ, ୧୮ ଡିଏସ୍ପି ଓ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ, ୩୨ ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର, ୧୩୨ ଜଣ ଏସ୍ଆଇ ଓ ଏଏସ୍ଆଇ, ୧୯ ଜଣ ହାବିଲଦାର, ୧୬୭ ଜଣ କନଷ୍ଟେବଳ, ୫୪ ଜଣ ଟ୍ରାଫିକ କନଷ୍ଟେବଳ, ୪୩୨ ଜଣ ହୋମ୍ଗାର୍ଡ ନିୟୋଜିତ ହେବେ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post