ନଭେମ୍ବର ମାସ ୨୭ ତାରିଖରୁ ଆରମ୍ଭ ହେବ ଭୁବନେଶ୍ୱର ବାଲିଯାତ୍ରା । ଏଥର ୯ ଦିନ ପର୍ଯ୍ୟନ୍ତ ବାଲିଯାତ୍ରା ଚାଲିବ । ଏଥିସହିତ ୮୦୦ରୁ ଅଧିକ ଷ୍ଟଲ ଖୋଲିବ । ଏନେଇ ଭୁବନେଶ୍ୱର ବାଲିଯାତ୍ରା କମିଟିର ପ୍ରଥମ ପ୍ରସ୍ତୁତି ବୈଠକରେ ମଞ୍ଚେଶ୍ୱର ସ୍ଥିତ ଏକ ଘରୋଇ ମଣ୍ଡପରେ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ ବାଲିଯାତ୍ରାକୁ ସରସ ଓ ସୁନ୍ଦର କରିବା ସହ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବାକୁ ମୁଖ୍ୟ ଉପଦେଷ୍ଟା ତଥା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଥିଲେ ।ଅନୁଷ୍ଠାନର ଆବାହକ ଯଶୋବନ୍ତ ଓଝା ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ । ବାଲିଯାତ୍ରାର ୧ ମାସ ପୂର୍ବରୁ ଯାତ୍ରା ପଡ଼ିଆ ନିକଟରେ ଏକ ଅସ୍ଥାୟୀ ପୋଲିସ ପୋଷ୍ଟ କରାଯିବା ନେଇ ପ୍ରତିଶ୍ରୁତି ଦିଆଯାଇଥିଲା । ଚଳିତ ବର୍ଷ ବାଲିଯାତ୍ରାକୁ ସମଗ୍ର ଓଡ଼ିଶାବାସୀଙ୍କ ନିକଟରେ ପହଞ୍ଚାଇବା ପାଇଁ ସମସ୍ତ ସରକାରୀ ଓ ଘରୋଇ ସହଯୋଗ ଯୋଗାଇ ଦିଆଯିବ ବୋଲି ଅନୁଷ୍ଠାନର ସଭାପତି ତଥା ଉତ୍ତର ବିଧାୟକ ସୁଶାନ୍ତ ରାଉତ କହିଥିଲେ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post