ପୁରୀ: ନୂଆ ବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରେକର୍ଡ ୫ ଲକ୍ଷରୁ ଅଧିକ ଭକ୍ତ । ଆସନ୍ତା ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବାକୁଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦେଖିବା ସହ ନୂଆବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି ୧୨ଟା ପୂର୍ବରୁ ଧାଡ଼ି ବାନ୍ଧି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା । ପ୍ରଶାସନ, ପୁଲିସର ଶୃଙ୍ଖଳିତ ବ୍ୟବସ୍ଥା ଯୋଗୁଁ ୫ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ନୂଆବର୍ଷର ପ୍ରଥମ ଦିନରେ ବାଧାମୁକ୍ତ ଦର୍ଶନର ଦିବ୍ୟ ଅନୁଭବ ଲାଭ କରିଛନ୍ତି । ନୂଆ ବର୍ଷରେ ପ୍ରଥମଥର ଏତେ ସଂଖ୍ୟକ ଭକ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପହଞ୍ଚିଥିଲେ । ସଅଳ ନୀତିକାନ୍ତି ଓ ଧାର୍ଯ୍ୟ ସମୟ ପୂର୍ବରୁ ମହାପ୍ରସାଦ ଲାଗି ଯୋଗୁଁ ଭକ୍ତମାନେ ମଧ୍ୟ ଆନନ୍ଦିତ ହୋଇଛନ୍ତି । ଶୃଙ୍ଖଳିତ ଦର୍ଶନ ନିମନ୍ତେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍ପି କେ. ବିଶାଳ ସିଂ ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀମାନଙ୍କ ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post