ଧାଡ଼ିପହଣ୍ଡିରେ ଆସି ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର ବଳଭଦ୍ର। ଆଜି ଭୋର୍ ୫ଟାରୁ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ତାଙ୍କ ପଛେ ପଛେ ଭଉଣୀ ସୁଭଦ୍ରା ଓ କାଳିଆ ସାଆନ୍ତ ଆସୁଛନ୍ତି। ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ। ଆଜି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। କୋଟି କୋଟି ଭକ୍ତ ଦୁର୍ଲଭ ହାତୀବେଶକୁ ଅତି ନିକଟରୁ ଦର୍ଶନ କରିବେ।ନିର୍ଘଣ୍ଟ ନୀତି ଅନୁଯାୟୀ, ଶନିବାର ଭୋର୍ ସାଢ଼େ ୪ଟାରେ ମଙ୍ଗଳାର୍ପଣ ପରେ ୫ଟାରୁ ୭ଟା ଭିତରେ ଡୋର ଲାଗି ଓ ପୁଷ୍ପାଞ୍ଜଳି ହୋଇ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ପ୍ରଥମେ ପ୍ରଭୁ ସୁଦର୍ଶନ, ପରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦିକୁ ବିଜେ କରିବେ। ପହଣ୍ଡି ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ। ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ। ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ। ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ। ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ। ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ