ଆଉ ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା । ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍ଯାପିତ ହେବ । ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି । ଐତିହାସିକ ବାଲିଯାତ୍ରା ଅବସରରେ ପ୍ରଥମ ମହାନଦୀ ବୋଇତ ପ୍ରତିଯୋଗିତା ୨୦୨୫ ଉଦଘାଟିତ ହୋଇଛି । ରାଜ୍ୟର ସମୃଦ୍ଧ ସାମୁଦ୍ରିକ ଐତିହ୍ୟ ପରମ୍ପରାର ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ୨ ଦିନ ଧରି କଟକ ଗଡ଼ଗଡିଆ ଘାଟରେ ଏହି ପ୍ରତିଯୋଗିତା କରାଯାଉଛି । ଓଡିଶା, ଛତିଶଗଡ଼, ବିହାର, ପଞ୍ଜାବ, ଦିଲ୍ଲୀ, ଆସାମ, ଉତ୍ତରପ୍ରଦେଶ, ଝାଡ଼ଖଣ୍ଡ, ହରିୟାଣା ଭଳି ରାଜ୍ୟର ଜାତୀୟ ସ୍ତରୀୟ ପୁରୁଷ ଓ ମହିଳା ଦଳ ଏହି ପ୍ରତିଯୋଗିତାରେ ଭାଗ ନେଇଛନ୍ତି । ଗତକାଲି ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉପସ୍ଥିତ ରହି ବୋଇତ ରେସ୍ ଆରମ୍ଭ କରିଥିଲେ ଏବଂ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ । ସେହିଭଳି ବୋଇତ ପ୍ରତିଯୋଗିତା ଉଦଘାଟନୀ ଦିବସରେ ମୁଖ୍ୟ ଆକର୍ଷଣ ଥିଲା ଫ୍ଲାଏ ବୋଟ । ଜଣେ ଯୁବକ ଚିତାକର୍ଷକ ଭାବେ ଏହା ପ୍ରଦର୍ଶନ କରିଥିଲେ ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ