ପଞ୍ଚୁକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଆଜି ପଞ୍ଚୁକର ଦ୍ୱିତୀୟ ଦିନ। ଭକ୍ତଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ।ତେଣୁ ଦର୍ଶନ ପାଇଁ ପୂର୍ବଦିନ ଅପେକ୍ଷା ପଞ୍ଚୁକରେ ଶ୍ରୀମନ୍ଦିରରେ ଅଧିକ ଭିଡ଼ ଦେଖିବାକୁ ମିଳୁଛି। ଭକ୍ତଙ୍କ ବ୍ୟାରିକେଡ୍ ଯନ୍ତ୍ରଣାର ଦୃଶ୍ୟ ବାରମ୍ବାର ସାମ୍ନାକୁ ଆସିବା ପରେ ପ୍ରଶାସନ ଦର୍ଶନ ବ୍ୟବସ୍ଥାରେ ସୁଧାର ଆଣିବାକୁ ତତ୍ପର ହୋଇଛି। ସେହିପରି ପଞ୍ଚୁକର ଦ୍ୱିତୀୟ ଦିନରେ ଆଠଗଡ଼ର ବାବା ଧବଳେଶ୍ୱର ଗଙ୍ଗାଧର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।। ପଞ୍ଚୁକରେ ଧବଳେଶ୍ୱରଙ୍କ ଦର୍ଶନ ଲାଗି ଆଜି ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ ଭିଡ଼ ଲଗାଇଛନ୍ତି। ପହିଲି ପଞ୍ଚୁକରେ ବାବା ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଇଥିଲେ। ଆଜି ଦ୍ୱିତୀୟ ଦିନରେ ମଧ୍ୟ ସ୍ୱତନ୍ତ୍ର ନୀତିକାନ୍ତି ରହିଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଆସନ୍ତାକାଲି ବଡ଼ଓଷାରେ ବଡ଼ସିଂହାର ସ୍ୱତନ୍ତ୍ର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ