ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାରରୁ ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ମଧ୍ୟ ବରଗଡ଼ ଲୋକ ସଭା ଏମ୍ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା ମହୋତ୍ସବକୁ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏହି ୧୧ ଦିନ ଅବଧି ମଧ୍ୟରେ ବରଗଡ଼ରେ କଂସ ଶାସନ ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ଉଭୟ ସ୍ଥାନ ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ହେବ। ତେବେ ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦାରେ ନିର୍ମିତ ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆରେ ନିର୍ମିତ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ପ୍ରଥମ ୭ଦିନ ଲୋକମଣ୍ଡପ ପଡ଼ିଆ ଏବଂ ଶେଷ ୪ଦିନ ହାଟପଦାରେ ନିର୍ମିତ ମଞ୍ଚରେ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ। ଧନୁଯାତ୍ରା ମହୋତ୍ସବକୁ ଅନ୍ୟବର୍ଷ ଅପେକ୍ଷା ଏଥର ଅଧିକ ଆକର୍ଷଣୀୟ କରିବାର ପ୍ରୟାସ କରାଯାଇଛି
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା