ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାରରୁ ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ମଧ୍ୟ ବରଗଡ଼ ଲୋକ ସଭା ଏମ୍ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା ମହୋତ୍ସବକୁ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏହି ୧୧ ଦିନ ଅବଧି ମଧ୍ୟରେ ବରଗଡ଼ରେ କଂସ ଶାସନ ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ଉଭୟ ସ୍ଥାନ ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ହେବ। ତେବେ ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦାରେ ନିର୍ମିତ ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆରେ ନିର୍ମିତ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ପ୍ରଥମ ୭ଦିନ ଲୋକମଣ୍ଡପ ପଡ଼ିଆ ଏବଂ ଶେଷ ୪ଦିନ ହାଟପଦାରେ ନିର୍ମିତ ମଞ୍ଚରେ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ। ଧନୁଯାତ୍ରା ମହୋତ୍ସବକୁ ଅନ୍ୟବର୍ଷ ଅପେକ୍ଷା ଏଥର ଅଧିକ ଆକର୍ଷଣୀୟ କରିବାର ପ୍ରୟାସ କରାଯାଇଛି
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା