ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ । ରାୟଗଡ଼ା ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡିର ଗଣତି ଶେଷ ହୋଇଛି । ଦୀର୍ଘ ଦଶ ଘଣ୍ଟା ପରେ ହୁଣ୍ଡିରୁ ନଗଦ ୫୪ ଲକ୍ଷ ୧୫ହଜାର ୯୦୨, ୧୭୬୪ ଗ୍ରାମ ରୂପା ଓ ୬୪ଗ୍ରାମ ସୁନା ବାହାରିବା ସହ ୧୧ଟି ବିଦେଶୀ ଓ ଅଚଳ ନୋଟ୍ ବାହାରିଛି । ମୋଟ ସଂଗ୍ରହ ଅର୍ଥ ମନ୍ଦୀର ପରିସରରୁ ମଝିଘରିଆଣୀ ଟ୍ରଷ୍ଟର ସ୍ବତନ୍ତ୍ର ବସରେ ରାୟଗଡା ୟୁନିଅନ ବ୍ୟାଙ୍କକୁ ସ୍ଥାନାନ୍ତର କରାଯାଇଛି । ଆଜିର ଗଣତି ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନର ପ୍ରାୟ ୧୦୦ ଜଣ ମହିଳା ସାମିଲ ହୋଇଥିଲେ । ଦାନ ହୁଣ୍ଡିରୁ ବାହାରିଥିବା ଅର୍ଥ ମନ୍ଦିରର ଉନ୍ନତି, ପରିଚାଳନା ସହ ବିଭିନ୍ନ ସାମାଜିକ କାର୍ଯ୍ୟରେ ଖର୍ଚ୍ଚ ହେବ ବୋଲି ମନ୍ଦିର ପରିଚାଳନା ଟ୍ରଷ୍ଟର ସଭାପତି ସୂଚନା ଦେଇଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ