ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍ ତଥା ଉଦ୍ୟୋଗୀ ବିକାଶ ଖାନ୍ନା । ନିକଟରେ ବିକାଶ ଖାନ୍ନା ସ୍ବାଧୀନତା ଦିବସ ପାଳନ ଅବସରରେ ନ୍ୟୁୟର୍କ ସହରର ଟାଇମ୍ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାରେ ରହିଥିଲେ । ସୋସିଆଲ ମିଡିଆରେ ତାଙ୍କୁ ଢ଼େର ପ୍ରଶଂସା କରାଯାଇଥିଲା । ଆଲୋଚନା ସମୟରେ ସେ ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ବିକାଶ ଖାନ୍ନାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ ।
Trending
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ