ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସରକାରୀ ଛୁଟି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଦିନଟିକୁ ଛୁଟି ଘୋଷଣା କରିଛନ୍ତି । ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର