ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି। ସୋମବାର ଏବଂ ମଙ୍ଗଳବାର ଦୁଇଦିନ ଧରି ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି କାର୍ଯ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ କରାଯିବ। ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ। ଗଣତି ମଣତି କାର୍ଯ୍ୟରେ ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସହିତ ପ୍ରାଧିକୃତ ସେବାୟତ, ଶ୍ରୀମନ୍ଦିର ବଣିଆ, ଜେମୋଲୋଜିଷ୍ଟ, ଭଣ୍ଡାର ମେକାପ, ଦେଉଳକରଣ ଉପସ୍ଥିତ ରହିବେ। ମହାପ୍ରଭୁଙ୍କ ଦୂର୍ଲ୍ଲଭ ସ୍ବର୍ଣ୍ଣ ଅଳଙ୍କାର ସହିତ ହୀରା, ଲୀଳା, ମୋତି ମାଣିକ୍ୟର ଗଣତି ମଣତି କରାଯିବ। ସମ୍ପୂର୍ଣ୍ଣ ସିସିଟିଭି ସର୍ଭେଲାନ୍ସ ମଧ୍ୟରେ ଗଣତି ମଣତି କାର୍ଯ୍ୟର ଭିଡିଓଗ୍ରାଫି ଓ ଫଟୋଗ୍ରାଫି କରାଯିବ। ୧୯୭୮ ମସିହା ତାଲିକା ଅନୁସାରେ ସମସ୍ତ ରତ୍ନ ଅଳଙ୍କାରର ମେଳକ କରାଯିବ। ଗଣତିମଣତି ସମୟରେ ବାହାର କାଠ ନିକଟରୁ ସର୍ବସାଧାରଣ ଦର୍ଶନ କରିପାରିବେ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ