ରାମମନ୍ଦିରରେ ବିରାଜମାନ ରାମଲାଲାଙ୍କ ସ୍ପଷ୍ଟ ଶ୍ୟାମଳ ରଙ୍ଗର ପ୍ରସ୍ତରରେ ନିର୍ମିତ ହୋଇଛି ରାମଲାଲାଙ୍କ ଏହି ଅଦ୍ଭୁତ ପ୍ରତିମୂର୍ତି । ପୂର୍ବରୁ ରାମଲାଲାଙ୍କ ଏକ ଚିତ୍ର ସାମ୍ନାକୁ ଆସିଥିଲା । କିନ୍ତୁ ଏବେ ପୂରା ଫଟୋଚିତ୍ର ସାମ୍ନାକୁ ଆସିବା ପରେ ୧୪୦ କୋଟି ଭାରତୀୟଙ୍କ ଭିତରେ ଏକ ଅଭୁଦପୂର୍ବ ଭକ୍ତି ଜାଗରଣ ହୋଇଛି । ଆସନ୍ତା ୨୨ ତାରିଖରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ଗତକାଲି ରାମ ମନ୍ଦିର ଗର୍ଭଗୃହରେ ବିରାଜମାନ ହୋଇଛନ୍ତି ରାମଲଲା । ଗର୍ଭଗୃହରୁ ୫୧ ଇଂଚର ଶ୍ୟାମଳ ମୂର୍ତିର ପ୍ରଥମ ଫଟୋ ସାମ୍ନାକୁ ଆସିଥିଲା । ୪ ଘଂଟା କାଳ ପୂଜାପାଠ ପରେ ବିଗ୍ରହଙ୍କୁ ସ୍ଥାପନା କରାଯାଇଛି । ଆସନ୍ତାକାଲି ୮୧ କଳସ ଜଳଦ୍ୱାରା ଗର୍ଭଗୃହକୁ ଶୁଦ୍ଧିକରଣ କରାଯିବ । ୨୧ ତାରିଖରେ ୧୨୫ କଳସ ଜଳରେ ରାମଲଲାଙ୍କୁ ସ୍ନାନ କରାଯିବା ସହ ସ୍ୱତନ୍ତ୍ର ପୂଜା କରାଯିବ । ରାମଲଲାଙ୍କ ମୂର୍ତି ପ୍ରାଣପ୍ରତିଷ୍ଠାର ବିଧିବଦ୍ଧ କର୍ମକାଣ୍ଡ ଗୁରୁବାର ଗଣେଶ ପୂଜନରୁ ଆରମ୍ଭ ହୋଇଛି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା