ବରଗଡ଼ : ଆଜିଠୁ ୧୧ଦିନ ଧରି ଚାଲିବ ମହାରାଜ କଂସଙ୍କ ଶାସନ । ପ୍ରଥମ ଦିନରେ ଦେବକୀ-ବସୁଦେବ ବିବାହ , ଦୈବବାଣୀ, ଉଗ୍ରସେନକୁ ଗାଦିଚ୍ୟୁତ କରି ଆରମ୍ଭ ହେବ କଂସ ମହାରାଜାଙ୍କ ରାଜୁତି । ୧୧ଦିନ ଧରି ଚାଲିବାକୁ ଥିବା ଧନୁଯାତ୍ରାରେ ମେଳା ମହୋତ୍ସବ ସାଙ୍ଗକୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ମିଳିବ । ସୁରୁଖୁରୁରେ ଧନୁଯାତ୍ରା ଅନୁଷ୍ଠିତ ନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଥିବା ବେଳେ ପୋଲିସ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଧନୁଯାତ୍ରା ପାଇଁ ବରଗଡ଼ ଝଲସୁଛି । ବରଗଡ଼ ସହର ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି । ୧୧ଦିନ ଧରି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଂଚରେ ଦ୍ୱାପର ଯୁଗର କୃଷ୍ଣ ଲୀଳାର ଝଲକ ଦେଖିବାକୁ ମିଳିବ, କାରଗାରରେ ଜନ୍ମଠାରୁ ନେଇ ଲୀଳାଖେଳା ଏବଂ କଂସ ବଦ୍ଧକୁ ନେଇ ୧୧ଦିନ ଧରି ଚାଲିବ ବିଭିନ୍ନ କାର୍ଯ୍ୟକ୍ରମ । ୮କିଲୋମିଟର ପରିଧି ମଧ୍ୟରେ ରାଜଦରବାର, ରଙ୍ଗମହଲ ଏବଂ ନନ୍ଦ ରାଜାଙ୍କ ଦରବାର ସମେତ ୧୦ଟି ସ୍ଥାନରେ ଧନୁଯାତ୍ରା ଅନୁଷ୍ଠିତ ହେବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post