ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଆଜି ହେଉଛି ଆଲୋକର ପର୍ବ ଦୀପାବଳି । ଘରେ ଘରେ ଉତ୍ସାହର ମାହୋଲ । ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଗାଁରୁ ସହର । ଏପଟେ ପୟାଶ୍ରାଦ୍ଧ ପାଇଁ ଶ୍ରୀକ୍ଷେତ୍ରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣାଇଲେ ପବିତ୍ର ଦୀପାବଳିର ଶୁଭେଚ୍ଛା । କହିଲେ- ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ।ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି।