ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦାରୁ ଦିଅଁଙ୍କ ଦିବ୍ୟସ୍ନାନ ପାଇଁ ସଜେଇ ହୋଇଛି ସ୍ନାନବେଦୀ । ରତ୍ନ ସିଂହାସନରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର, ଲୋକାରଣ୍ୟ ହୋଇଛି ବଡଦାଣ୍ଡ । ମହାପ୍ରଭୁଙ୍କୁ ହାତୀ ବେଶରେ ଦର୍ଶନ କରିବାକୁ ହଜାର ହଜାର ଭକ୍ତଙ୍କ ଗହଳି ଜମିଲାଣି । ୧୦୮ ଗରା ସୁବାଷିତ ଜଳରେ ସ୍ନାନ କରିବେ ମହାପ୍ରଭୁ ।ଧାଡି ପହଣ୍ଡିରେ ଆସି ସ୍ନାନ ବେଦୀ ବିଜେ କରି ସାରିଛନ୍ତି ବଡଭାଈ ଶ୍ରୀବଳଭଦ୍ର । ତାଙ୍କ ପୂର୍ବରୁ ଚକ୍ରରାଜ ସୁଦର୍ଶନ ବିଜେ କରିଛନ୍ତି । ପରେ ପରେ ଆସିଛନ୍ତି ଭଉଣୀ ସୁଭଦ୍ରା ଓ ବ୍ରହ୍ମାଣ୍ଡ ଗୋସାଇଁ ଶ୍ରୀ ଜଗନ୍ନାଥ । ପୁରୀରେ ପ୍ରବଳ ଗରମ ଓ ଗୁଳୁଗୁଳି ହେଉଥିବା ବେଳେ ପ୍ରାଣମୟ ଠାକୁରଙ୍କୁ ସ୍ନାନବେଦୀରେ ଦର୍ଶନ କରିବାକୁ ଭକ୍ତଙ୍କ ଗହଳି ପରିଲିଖିତ ହୋଇଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post