ଆଜି ଠୁ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ: ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମା’ ଦୁର୍ଗା
ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଗୁରୁବାର ମା’ କନକ ଦୁର୍ଗା ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତଙ୍କ ସମାଗମ ହୋଇଛି।