ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ

ଆସନ୍ତା ଜୁନ୍‌ ୧୧ ତାରିଖରେ ସ୍ନାନ ଯାତ୍ରା ଅନୁଷ୍ଠିତ ହେବ । ଶୃଙ୍ଖଳିତ ସ୍ନାନଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସଦଭାବନା ଗୃହରେ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଛି । ପୁରୀ ଏସପି, ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ବ୍ରହ୍ମଗିରି ଅଲାରନାଥ ସେବାୟତ ମଧ୍ୟ ବୈଠକରେ ସାମିଲ ଥିଲେ । 

ଭକ୍ତଙ୍କୁ ଶୃଙ୍ଖଳିତ ଦର୍ଶନ ଓ ସୁବିଧା ପାଇଁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଭକ୍ତଙ୍କ ସୁରକ୍ଷା ପାଇଁ ପୋଲିସ ଫୋର୍ସ ସହ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

Leave a comment